ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ତାମିଲନାଡୁରେ ମଦମୃତ୍ୟୁ ସଂଖ୍ୟା ୩୪ ବୃଦ୍ଧି

0

ତାମିଲନାଡ; ତାମିଲନାଡୁରେ କାଲାକୁରିଚି ଜିଲ୍ଲାରେ ମଦମୃତ୍ୟୁ ସଂଖ୍ୟା ବଢି ଚାଲିଛି। ବିଷାକ୍ତ ମଦ ପିଇ ବର୍ତ୍ତମାନ ସୁଦ୍ଧା ୩୪ ଜଣକର ମୃତ୍ୟୁ ହୋଇଥିବା ବେଳେ ୮୮ ରୁ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୨୦ ଜଣ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ 6 ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମସ୍ତ ଗୁରୁତରଙ୍କୁ କଲ୍ଲାକୁର୍ଚ୍ଚି ଜିଲ୍ଲାପାଳ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ତାମିଲନାଡୁ ସରକାର ମୃତକଙ୍କ ପରିବାର ଲାଗି 10ଲକ୍ଷ ଓ ଚିକିତ୍ସାଧୀନ ଥିବା ରୋଗୀଙ୍କ ଲାଗି 50ହଜାର ଟଙ୍କା ଅନୁକମ୍ପା ମୂଳକ ରାଶି ଘୋଷଣା କରିଛନ୍ତି।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଦୁଃଖ ପ୍ରକାଶ କରିଛନ୍ତି। ସେ ଏକ୍ସରେ ଟ୍ବିଟ କରି କହିଛନ୍ତି, ”କଲ୍ଲାକୁର୍ଚ୍ଚିରେ ହୋଇଥିବା ମଦ ମୃତ୍ୟୁ ଘଟଣାରେ ମୁଁ ଦୁଃଖିତ। ମଦ ମୃତ୍ୟୁ ଘଟଣାରେ ଯେଉଁ ମାନେ ବି ସାମିଲ ଅଛନ୍ତି ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ ରୋକିବାରେ ବିଫଳ ହୋଇଥିବା ଅଧିକାରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯଦି ଜନସାଧାରଣ ଏଭଳି ଅପରାଧରେ ଜଡ଼ିତ ଥିବା ବିଷୟରେ ସୂଚନା ଦିଅନ୍ତି ତେବେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମାଜକୁ ଖରାପ ବାର୍ତ୍ତା ହେଉଥିବା ଏପରି ଅପରାଧକୁ ଦମନ କରାଯିବ।

Leave A Reply

Your email address will not be published.