ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

୬ଘଣ୍ଟା ପାଇଁ କୋହଳ ହେଲା କର୍ଫ୍ୟୁ

0

ବାଲେଶ୍ବର : ବାଲେଶ୍ବରରେ ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କୋହଳ ହେଲା କର୍ଫ୍ୟୁ। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର ରହିଛି। ସହରରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି। କେବଳ ଲିଜ୍ ଲାଇନ୍ ମାଧ୍ୟମରେ ବ୍ୟାଙ୍କ୍ ଭଳି ବ୍ୟାବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ ମିଳିବ। ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସହରରେ ୪୦ ପ୍ଲାଟୁନ ଫୋର୍ସ ସମେତ ୬ କମ୍ପାନୀ ବିଏସଏଫ୍ ଯବାନ ମୁତୟନ ଅଛନ୍ତି।

ଅନ୍ୟପଟେ ବାଲେଶ୍ଵରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ। ଏଡିଜି ସଞ୍ଜୟ କୁମାର, ଆଇଜି ଦୀପକ କୁମାର, ଏଡିଆଜି ବି. ଯୁଗଳ କିଶୋର, ଏସପି ବି. ଗଙ୍ଗାଧର, ବାଲେଶ୍ବର ଏସପି ସାଗରିକା ନାଥଙ୍କ ସହ କରିଛନ୍ତି ଆଲୋଚନା। ଅନ୍ୟପଟେ ଇଣ୍ଟରନେଟ ପାଇଁ ରାସ୍ତା କଡରେ ଲୋକଙ୍କ ଭିଡ ଜମିଛି।

ବାଲେଶ୍ବର ସହରରେ ଇଣ୍ଟରନେଟ ସେବା ବନ୍ଦ ଥିବାରୁ ଲୋକେ ବାଇକରେ ଆସି ସହର ପାଖ ରେମୁଣା, କୁରୁଡା, ଫୁଲଆଡି ରାସ୍ତା ପାଖରେ ଭିଡ ଜମାଇଛନ୍ତି। ବାଇକ୍ ଉପରେ ବସି ଲୋକେ ଟଙ୍କା ଦେଣ ନେଣ ସାଙ୍ଗକୁ ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଛନ୍ତି। ବାଲେଶ୍ବର ସହରରେ ଦୁଇ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆସନ୍ତା ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି।

Leave A Reply

Your email address will not be published.