ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

0

ଭୁବନେଶ୍ବର: କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ। ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି। ତେବେ ନିର୍ବାଚନ ପରିଚାଳନାକୁ ନେଇ କର୍ମୀ ଅସନ୍ତୁଷ୍ଟ ଥିବା କୁହାଯାଉଛି। ତେବେ କାଳି ମାଡର ସଠିକ କାରଣ ଏଯାଏଁ ଜଣାପଡିନାହିଁ ।

ସୂଚନାଯୋଗ୍ୟ, ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ କକ୍ଷରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ହଠାତ୍ ଭିତରକୁ ପଶି ଆସିଥିଲେ। ପିସିସି ସଭାପତିଙ୍କ ଉପରେ ଯୁବକମାନେ କାଳିମାଡ଼ କରିଥିଲେ ଓ ପରେ ସେଠାରୁ ପଳାଇ ଯାଇଥିଲେ। ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି। ତେବେ କେଉଁ କାରଣ ପାଇଁ ପିସିସି ସଭାପତିଙ୍କୁ କାଳିମାଡ଼ କରାଗଲା ତାହା ଜଣାପଡ଼ିନାହିଁ।

Leave A Reply

Your email address will not be published.