ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

କୁଟ୍ଟେଙ୍କୁ କହିବା ପରେ କଣ ହେଲା ଜାଣନ୍ତୁ

0
  • ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଅନୁଯାୟୀ ପାଟକୁରା ନିର୍ବାଚନମଣ୍ଡଳୀରେ ବିକାଶ କାର୍ଯ୍ୟ ଆରମ୍ଭ
  • ତିନି ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ଟିମ୍‍ ଅଚାନକ ଗସ୍ତ କରି ତନାଘନା କଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଉପନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସରକାରୀ ତନାଘନା ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ତିନି ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୩ଟି ଟିମ୍‍ ଅଚାନକ ପାଟକୁରା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ଗସ୍ତ କରିବା ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ବିଦ୍ୟୁତ୍‍ ଯୋଗାଣ ଆଦିର ଅନୁଧ୍ୟାନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ସ୍ୱତନ୍ତ୍ର ସଚିବ ଡି.ଏସ୍‍.କୁଟ୍ଟେ, ଅତିରିକ୍ତ ସଚିବ ରୂପା ରୋଶନ ସାହୁ ଓ ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନେତୃତ୍ୱରେ ଗଠିତ ଟିମ୍‍ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନମଣ୍ଡଳୀ ଗସ୍ତ କରିଥିଲେ। ଏହି ବରିଷ୍ଠ ଅଧିକାରୀମାନେ ପ୍ରତି ପଞ୍ଚାୟତର ବିଦ୍ୟାଳୟ ଗୁଡିକ ପରିଦର୍ଶନ କରିଥିବାବେଳେ ନିର୍ବାଚିତ ଲୋକପ୍ରତିନିଧିମାନଙ୍କୁ ସିଧାସଳଖ ଭେଟିଥିଲେ। ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ସହିତ ସେମାନଙ୍କ ଅଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା, ସ୍ୱାସ୍ଥ୍ୟସେବା, ପାନୀୟଜଳ, ସଡକ ଯୋଗାଯୋଗ ଓ ବିଦ୍ୟୁତ୍‍ସେବା ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଗୁରୁତ୍ବପୂର୍ଣ୍ଣ କଥା ହେଲା, ଏହି ଆଲୋଚନା ସମୟରେ ପାଟକୁରା ନିର୍ବାଚନମଣ୍ଡଳୀର ସାନ ଅଢଙ୍ଗ ଗ୍ରାମପଞ୍ଚାୟତର ଲୋକମାନେ ସ୍ୱତନ୍ତ୍ର ସଚିବ ଶ୍ରୀ କୁଟ୍ଟେ ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ଯେ ଅନ୍ୟ ସ୍ଥାନରେ ଲାଇସେନ୍ସ ପାଇଥିବା ଗୋଟିଏ ମଦ ଦୋକାନ ବିଦ୍ୟାଳୟ ନିକଟରେ ଚାଲୁଛି। ଲୋକଙ୍କ ଅଭିଯୋଗ ପରେ ପରେ ବିଦ୍ୟାଳୟ ନିକଟରେ ଥିବା ତୁରନ୍ତ ଏହି ମଦଦୋକାନକୁ ସିଲ୍‍ କରିଦିଆଯାଇଛି।

Leave A Reply

Your email address will not be published.