ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ ଗରା ଜଳରେ ସ୍ନାନ କରାଯାଇଛି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି।
ସୂଚନାଯୋଗ୍ୟ, ଆଜିର ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ।ବଡ଼ ଠାକୁର ବଳଭଦ୍ର ୩୩ ଗରା, ସୁଭଦ୍ରା ୨୨ ଗରା, କାଳିଆ ଠାକୁର ୩୫ ଗରା ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିଛନ୍ତି। ଭକ୍ତିମୟ ଶ୍ରୀକ୍ଷେତ୍ର, ସ୍ନାନବେଦୀରେ ପ୍ରସ୍ତୁତ ସ୍ନାନ ଜଳ। ସ୍ନାନ ବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ। ସ୍ନାନବେଦୀରେ ମଙ୍ଗଳ ଆଳତି, ମଇଲମ, ଅବକାଶ ଓ ତଡ଼ପଲାଗି ନୀତି ଶେଷ ହେବା ପରେ ଏବେ ଗରାବଡ଼ୁ ସେବକଙ୍କ ଦ୍ୱାରା ଜଳ ବିଜେ ନୀତି କରାଯାଇଥିଲା। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ଦାରୁଦିଅଁ।
ପ୍ରମୁଖ ଖବର
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’