ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ରତ୍ନବେଦି ଛାଡ଼ି ସ୍ନାନବେଦିରେ ଦାରୁଦିଅଁ

0


ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ ଗରା ଜଳରେ ସ୍ନାନ କରାଯାଇଛି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଭକ୍ତ-ଭଗବାନ ଏକାଠି ବର୍ଷାରେ ଭିଜିଛନ୍ତି।

ସୂଚନାଯୋଗ୍ୟ, ଆଜିର ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦୀରେ ପହଞ୍ଚି ଥିଲେ। ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ।ବଡ଼ ଠାକୁର ବଳଭଦ୍ର ୩୩ ଗରା, ସୁଭଦ୍ରା ୨୨ ଗରା, କାଳିଆ ଠାକୁର ୩୫ ଗରା ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିଛନ୍ତି। ଭକ୍ତିମୟ ଶ୍ରୀକ୍ଷେତ୍ର, ସ୍ନାନବେଦୀରେ ପ୍ରସ୍ତୁତ ସ୍ନାନ ଜଳ। ସ୍ନାନ ବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ। ସ୍ନାନବେଦୀରେ ମଙ୍ଗଳ ଆଳତି, ମଇଲମ, ଅବକାଶ ଓ ତଡ଼ପଲାଗି ନୀତି ଶେଷ ହେବା ପରେ ଏବେ ଗରାବଡ଼ୁ ସେବକଙ୍କ ଦ୍ୱାରା ଜଳ ବିଜେ ନୀତି କରାଯାଇଥିଲା। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ଦାରୁଦିଅଁ।

Leave A Reply

Your email address will not be published.