ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ତାରିଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦ କୋଟି ରବିବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ତାରିଣୀ ପୀଠକୁ ଜାତୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯିବ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝର ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରେ ପ୍ରଥମ ମା ତାରିଣୀଙ୍କୁ ଦର୍ଶନ କରିଛନ୍ତି । ଘଟଗାଁରେ ଏକ ରୋଡ ଶୋ ଯୋଗେ ମା’ଙ୍କ ଆଶିଷ ନେିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମେ ଥର ପାଇଁ ମୋହନ ମାଝୀ ତାଙ୍କ ଗାଁ ରାଇକଳା ଗସ୍ତ କରୁଥିବାରୁ ଗାଁକୁ ସଫା ଓ ସୁନ୍ଦର କରୁଛନ୍ତି ଗାଁ ଲୋକମାନେ । ଏହା ସହିତ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବା ବେଳେ, ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡା କଡି କରାଯାଇଛି ।

Leave A Reply

Your email address will not be published.