ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମଦ ମୁକ୍ତ ହେବ ଓଡ଼ିଶା

0

ଭୁବନେଶ୍ବର: ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶା ହେବ ମଦ ମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।

ସରକାରୀସ୍ତରରେ ଅନେକ ରାଜ୍ୟରେ ମଦବିକ୍ରି ବନ୍ଦ କରାଯାଇଛି। ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ। ଓଡ଼ିଶାକୁ ମଦ ମୁକ୍ତ ଓ ନିଶାମୁକ୍ତ କରିବାକୁ ଯୋଜନା କରାଯାଉଛି। ତେବେ ଓଡ଼ିଶାକୁ ମଦ ଓ ନିଶା ମୁକ୍ତ କରିବାକୁ ଭାଜପା ସରକାର ଯୋଜନା କରୁଛନ୍ତି। ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା ହେବ। ଆଲୋଚନା ହୋଇ ପର୍ଯ୍ୟାୟକ୍ରମେ ପଦକ୍ଷେପ ନିଆଯିବ। ସୁସ୍ଥ ସମାଜ ଗଠନ ପାଇଁ ଏହା ବେଶ ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି।

ପୂର୍ବରୁ ମଧ୍ୟ ବିହାର, ଗୁଜୁରାଟ, ମିଜୋରାମ, ନାଗାଲାଣ୍ଡ, ଏବଂ ଲାକ୍ଷାଦୀପରେ ବନ୍ଦ ବ୍ୟାନ କରାଯାଇଥିଲା। ଏହା ଦେଶର ମଦମୁକ୍ତ ରାଜ୍ୟ ପାଇଁ ପରିଚିତ। ଏଣିକି ଓଡ଼ିଶା ମଧ୍ୟ ଏହି ତାଲିକାରେ ସାମିଲ ହେବାକୁ ଯାଉଛି।

Leave A Reply

Your email address will not be published.