ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମଦ ମୁକ୍ତ ହେବ ଓଡ଼ିଶା

0

ଭୁବନେଶ୍ବର: ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶା ହେବ ମଦ ମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।

ସରକାରୀସ୍ତରରେ ଅନେକ ରାଜ୍ୟରେ ମଦବିକ୍ରି ବନ୍ଦ କରାଯାଇଛି। ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ। ଓଡ଼ିଶାକୁ ମଦ ମୁକ୍ତ ଓ ନିଶାମୁକ୍ତ କରିବାକୁ ଯୋଜନା କରାଯାଉଛି। ତେବେ ଓଡ଼ିଶାକୁ ମଦ ଓ ନିଶା ମୁକ୍ତ କରିବାକୁ ଭାଜପା ସରକାର ଯୋଜନା କରୁଛନ୍ତି। ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା ହେବ। ଆଲୋଚନା ହୋଇ ପର୍ଯ୍ୟାୟକ୍ରମେ ପଦକ୍ଷେପ ନିଆଯିବ। ସୁସ୍ଥ ସମାଜ ଗଠନ ପାଇଁ ଏହା ବେଶ ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି।

ପୂର୍ବରୁ ମଧ୍ୟ ବିହାର, ଗୁଜୁରାଟ, ମିଜୋରାମ, ନାଗାଲାଣ୍ଡ, ଏବଂ ଲାକ୍ଷାଦୀପରେ ବନ୍ଦ ବ୍ୟାନ କରାଯାଇଥିଲା। ଏହା ଦେଶର ମଦମୁକ୍ତ ରାଜ୍ୟ ପାଇଁ ପରିଚିତ। ଏଣିକି ଓଡ଼ିଶା ମଧ୍ୟ ଏହି ତାଲିକାରେ ସାମିଲ ହେବାକୁ ଯାଉଛି।

Leave A Reply

Your email address will not be published.