ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବଜ୍ରପାତ ୩ ମୃତ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ବରଗଡ: ବଜ୍ରପାତରେ ମୃତକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବୁଧବାର ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଗାଁର ପାଞ୍ଚ ଜଣ ପୁରୁଷ ଗାଁ ମୁଣ୍ଡ ବରଗଛ ମୂଳେ ବସି ଖଟି କରୁଥିଲେ। ହେଲେ ହଠାତ୍‌ ବର୍ଷା ଆସିଥିବା କାରଣରୁ ସେମାନେ ଘରକୁ ଯାଇ ପାରିନଥିଲେ। ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସମ୍ପର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.