ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଘୂର୍ଣ୍ଣିବଳୟ ପ୍ରଭାବ ରେ ରାଜ୍ୟ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ର ଅଧିକାଂଶ ଅଞ୍ଚଳ ଓ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ କୋରାପୁଟ, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜମ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଯାଜପୁର, କେଉଁଝର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ପରେ ଦକ୍ଷିଣ ଓଡ଼ିଶା ରେ ବର୍ଷା ପରିମାଣ ବଢିବ ଓ ୨୮-୨୯ ରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ରେ ପଶ୍ଚିମ ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପୂର୍ବାନୁମାନ-ସାର୍ଥକ ମିଶ୍ର

Leave A Reply

Your email address will not be published.