ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଘୂର୍ଣ୍ଣିବଳୟ ପ୍ରଭାବ ରେ ରାଜ୍ୟ ରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ପ୍ରଭାବ ରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟ ରେ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ର ଅଧିକାଂଶ ଅଞ୍ଚଳ ଓ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ କୋରାପୁଟ, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜମ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଯାଜପୁର, କେଉଁଝର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ପରେ ଦକ୍ଷିଣ ଓଡ଼ିଶା ରେ ବର୍ଷା ପରିମାଣ ବଢିବ ଓ ୨୮-୨୯ ରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ରେ ପଶ୍ଚିମ ଓଡ଼ିଶା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପୂର୍ବାନୁମାନ-ସାର୍ଥକ ମିଶ୍ର

Leave A Reply

Your email address will not be published.