ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଏମ୍ସରେ ଭର୍ତ୍ତି

0

ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

ସୂଚନା ଅନୁଯାୟୀ, ୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଦେଖାଦେଇଥିଲା। ଏହା ପରେ ତାଙ୍କୁ ଏମ୍ସକୁ ନିଆଯାଇଥିଲା ଯେଉଁଠାରେ ଡାକ୍ତରମାନେ ତାଙ୍କୁ ଜେରିଆଟ୍ରିକ ବିଭାଗରେ ଭର୍ତ୍ତି କରିଥିଲେ ।

କେନ୍ଦ୍ର ସରକାର ଚଳିତ ବର୍ଷ ଭାରତ ରତ୍ନ ପାଇଁ ପାଞ୍ଚଟି ନାମ ଘୋଷଣା କରିଥିଲେ ଯେଉଁଥିରେ ଲାଲ କୃଷ୍ଣ ଆଡଭାନୀଙ୍କ ନାମ ମଧ୍ୟ ସାମିଲ ଥିଲା। ଏହାପୂର୍ବରୁ ୨୦୧୫ ମସିହାରେ ଆଡଭାନୀଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମଭୂଷଣ ପ୍ରଦାନ କରାଯାଇଥିଲା। ସେ ୧୯୯୮ ରୁ ୨୦୦୪ ପର୍ଯ୍ୟନ୍ତ ଦେଶର ଗୃହମନ୍ତ୍ରୀ ଏବଂ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.