ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର : ବିଜେଡି

0

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ କରି କହିଛି ଯେ, ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ରାଜସ୍ବ ମନ୍ତ୍ରୀଙ୍କ ବିବୃତି ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ଉପସଭାପତି ଦେବୀ ପ୍ରସାଦ ମିଶ୍ର। ସେ କହିଛନ୍ତି, ‘ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରି ଚାଲିଛି।

ଡବଲ ଇଞ୍ଜିନ ସରକାରରେ ପ୍ରଗତି ଦୁଇ ଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଞ୍ଜିନ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପି ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱ ମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ। କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ଭାଜପା ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ମଧ୍ୟ ରହିଛି।

Leave A Reply

Your email address will not be published.