ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ

0

ଝାଡ଼ଖଣ୍ଡ:ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ଵସ୍ତି ମିଳିଛି। ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ। ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଜାନୁଆରୀରେ ଗିରଫ କରିଥିଲା। ଏହାପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ତେବେ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ହେମନ୍ତ ସୋରେନଙ୍କୁ ଜାମିନ ମିଳିବା ଦଳ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର।

ବେଆଇନ ଜମି କାରବାର ମାମଲାରେ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଗତବର୍ଷ ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨, ଡିସେମ୍ବର ୩୦ରେ ହାଜର ହେବା ଲାଗି ସମନ ଜାରି କରିଥିଲା ଇଡି। ୨୦୨୪ ଜାନୁଆରୀ ୧୬ରୁ ୨୦ ମଧ୍ୟରେ ହାଜର ହେବା ଲାଗି ଅଷ୍ଟମ ଥର ଲାଗି ସମନ ଜାରି ହୋଇଥିଲା। ଶେଷ ଥର ଲାଗି ଗତ ଜାନୁଆରୀ ୨୯ରେ ନବମ ଥର ଲାଗି ସୋରେନ ହାଜର ନହେବାରୁ ପରେ ତାଙ୍କୁ ଗତ ଜାନୁଆରୀ ୩୧ରେ ଗିରଫ କରିଥିଲା ଇଡି।

Leave A Reply

Your email address will not be published.