ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ

ରଥଯାତ୍ରାରେ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ

0

ନୂଆଦିଲ୍ଲୀ: ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ଆଲୋଚନା ପରେ ସେ ଏନେଇ ଜଣାଇଛନ୍ତି। ତେବେ ଟ୍ରେନ୍‌ଗୁଡ଼ିକ ରାଜ୍ୟର ସମସ୍ତ ଅଞ୍ଚଳକୁ ପହଞ୍ଚିବ। ଏହାଛଡ଼ା ୧୫ ହଜାର ଯାତ୍ରୀ ରହିବା ଭଳି ଟେଣ୍ଟ ଲଗାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀ ମାଝି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଅଛନ୍ତି। ଏହି ଗସ୍ତରେ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ସହ ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବା ନେଇ
ଆଲୋଚନା କରୁଛନ୍ତି।

Leave A Reply

Your email address will not be published.