ଭୁବନେଶ୍ବର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଟ୍ରାଫିକ କର୍ମଚାରୀ ମଧୁସୂଦନ କିର୍ସାରୀ ମୃତ୍ୟୁ ଘଟିଛି। ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି। ଶନିବାର ରାତି ପ୍ରାୟ ୧୦ଟା ସମୟରେ ରାମ ମନ୍ଦିର ଛକରୁ ଡ୍ୟୁଟି ସାରି ପଲସର ଯୋଗେ ଖଣ୍ଡଗିରି ସ୍ଥିତ ରୁମକୁ ଫେରୁଥିବା ବେଳେ ଜୟଦେବ ବିହାର ଫ୍ଲାଏଓଭର ନିକଟରେ ଦୁର୍ଘଟଣା ଘଟିଛି। ପଛରୁ ଆସୁଥିବା କୌଣସି ଭାରୀଯାନ ମଧୁସୂଦନଙ୍କୁ ଧକ୍କା ଦେବା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ନୟାପଲ୍ଲୀ ଥାନା ପୋଲିସ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଜାତୀୟ ରାଜପଥରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଆରମ୍ଭ କରିଛି କମିସନରେଟ୍ ପୋଲିସ୍।
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ