ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମହାବୀର ପେପର ମିଲ୍‌ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

0

ଟିଟିଲାଗଡ଼: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍‌ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଛି । ରବିବାର ସକାଳୁ ଫ୍ୟାକ୍ଟ୍ରି କାର୍ଯ୍ୟ ଆରମ୍ଭ କରିବା ସମୟରେ ସର୍ଟ ସର୍କିଟରୁ ନିଆଁ ଲାଗିଥିଲା। ପରେ ନିଆଁ ପାଖରେ ଥିବା ବ୍ଲିଚିଙ୍ଗ ପାଉଡର ଉପରେ ପଡିବାରୁ ନିଆଁ ବ୍ୟାପକ ରୂପ ନେଇଥିଲା। ନିଆଁ ଭୟଙ୍କର ରୂପ ନେବାରୁ ଫ୍ୟାକ୍ଟ୍ରିରେ ଥିବା କେମିକାଲ ଓ ଅନ୍ୟାନ୍ୟ ସମାଗ୍ରୀ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଗୋଦାମ ଘରେ କାଗଜ ଏବଂ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଦ୍ରୁତ ଗତିରେ ବ୍ୟାପିଯାଇଥିଲା। ପରେ କାରଖାନାରେ କାର୍ଯ୍ୟରତ କର୍ମଚାରୀ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଶେଷରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବାର ଖବର ମିଳିନି। କିନ୍ତୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ଜଣାପଡିନାହିଁ । ଆଜି ଛୁଟି ଦିନ ଥିବାରୁ କାରଖାନାରୁ କେହି କର୍ମଚାରୀ ଆସିନଥିଲେ। ତେଣୁ ଏକ ବଡ ଅଘଟଣ ବର୍ତ୍ତିଯାଇଛି ବୋଲି କୁହାଯାଇପାରିବ।

Leave A Reply

Your email address will not be published.