ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

୫ ବର୍ଷରେ ଓଡିଶାକୁ ଆସିବ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ

0

ଭୁବନେଶ୍ବର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ​​ନିର୍ବାଚିତ ହୋଇଥିବା ଦଳର ୨୦ ଜଣ ସାଂସଦ ଏବଂ ୭୮ ଜଣ ବିଧାୟକଙ୍କୁ ସମ୍ମାନ ଜଣାଇବା ପାଇଁ ଭାଜପା ଦ୍ୱାରା ଆୟୋଜିତ ଏକ ସମାରୋହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ବୈଷ୍ଣବ ଏହା କହିଛନ୍ତି।

୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା। କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା ସମୟରେ ଓଡ଼ିଶାକୁ ୩ ବର୍ଷ ହେଲା ପ୍ରତି ବର୍ଷ ୧୦ ହଜାର କୋଟି ଟଙ୍କାର ଅନୁଦାନ ମିଳୁଛି।

ସେ କହିଛନ୍ତି, ୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦ ହଜାର ୫୩୬ କୋଟି ଟଙ୍କା ମିଳିଛି। ଓଡ଼ିଶାରେ ରେକର୍ଡ ୧ ହଜାର ୮୪୬ କିଲୋମିଟର ନୂଆ ରେଳ ଲାଇନ୍ ତିଆରି ହୋଇଛି। ସଂପୂର୍ଣ୍ଣ ଶ୍ରୀଲଙ୍କାର ରେଳ ନେଟୱର୍କ ହେଉଛି ୧୭ ଶହ କିଲୋମିଟର। ତା’ଠାରୁ ଅଧିକ କିଲୋମିଟରର ରେଳ ଲାଇନ ଓଡ଼ିଶାରେ ଗତ ୧୦ ବର୍ଷ ଭିତରେ ହୋଇଛି। ପୂର୍ବ ସରକାର ସମୟରେ କାମ ଆଗେଇ ପାରୁନଥିଲା। ବିଜେପି ସରକାର ଓଡ଼ିଶାରେ ଆସିଲା। ଓଡ଼ିଶାରେ ଏବେ ନୂଆ ରେକର୍ଡ ହେବ। ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ।

ଏଥର ରଥଯାତ୍ରା ସମୟରେ ଓଡ଼ିଶାରେ ୩୧୫ଟି ସ୍ୱତନ୍ତ୍ର ଟ୍ରେନ ଚାଲିବ। ୨୫ ଜିଲ୍ଲାକୁ ସ୍ୱତନ୍ତ୍ର ଟ୍ରେନ ଆସିବ। ଇଲେକ୍ଟ୍ରୋନିକ୍ସ ମାନୁଫାକଚରିଂ କ୍ଲଷ୍ଟର ଓଡ଼ିଶାରେ ହେବ। ସେମି କଣ୍ଡକ୍ଟର ଶିଳ୍ପ ପାଇଁ ମଧ୍ୟ ଟ୍ରେନିଂ ବ୍ୟବସ୍ଥା କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି ବୋଲି କହିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

Leave A Reply

Your email address will not be published.