ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

୧୬ ବର୍ଷ ପରେ ଖୋଲିଲା ଅଭିଯୋଗ ପ୍ରକୋଷ୍ଠ, ଜନତାଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶୁଣିଲେ ଜନତାଙ୍କ ସମସ୍ୟା । ଦୀର୍ଘ ୧୬ ବର୍ଷ ପରେ ଲୋକଙ୍କ ପାଇଁ ସିଏମଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବା ବେଳେ ଲୋକମାନେ ସିଧାସଳଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର। ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରି ଉପସ୍ଥିତ ରହିବାକୁ ପଡ଼ିବ। ସେହିପରି ଜିଲ୍ଲାପାଳଙ୍କୁ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଦିନ ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ଏହି ସର୍ବସରରେ ସେଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।

Leave A Reply

Your email address will not be published.