ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା ୨ ଦିନ ଥିବାରୁ ଏହାକୁ ଦୃଷ୍ଠିରେ ରଖି ୭ ଏବଂ ୮ ତାରିଖ ଛୁଟି ଘୋଷଣା କରାଯାଇଛି।

ରଥଯାତ୍ରା ନେଇ ପୁରୀ ଟାଉନ ହଲରେ ମଙ୍ଗଳବାର ସ୍ୱତନ୍ତ୍ର ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇସାରିଛି। ଏହି ବୈଠକରେ ମହାପ୍ରଭୁଙ୍କ ସେବାୟତ ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ୧୯୭୧ ମସିହା ପରେ ଚଳିତବର୍ଷ ଏଭଳି ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ମହାପ୍ରଭୁ ୧୩ ଦିନିଆ ଅଣସର ବିଜେ କରିବେ। ଏଥିସହିତ ଗୋଟିଏ ଦିନରେ ନେତ୍ରୋତ୍ସବ,ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି। ତେଣୁ ଏଥର ୧୯୭୧ ଆଧାରରେ ସମସ୍ତ କାର୍ଯ୍ୟ ହେବ। ଯେଉଁଥିରେ ରଥଯାତ୍ରା ବିଳମ୍ବରେ ପଡୁଛି । ଅର୍ଥାତ୍ ଅପରାହ୍ଣ ୫ଟାରେ ରଥଟଣା କାର୍ଯ୍ୟକ୍ରମ ରହିଛି। ତେଣୁ ଏଥର ୨ ଦିନ ରଥଯାତ୍ରା ପଡିଛି। ଯାହାକୁ ନେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ୭ ଓ ୮ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି।

Leave A Reply

Your email address will not be published.