ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

0

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ କେଜ୍‌ରିୱାଲଙ୍କୁ ସିବିଆଇ ପରେ ଇଡି ଗିରଫ କରିଛି। ସିବିଆଇ ସହ ଜଡିତ ଏହି ମାମଲାରେ ଜାମିନ ପ୍ରଦାନ କରିବାକୁ କେଜ୍‌ରିୱାଲ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ଏହା ଉପରେ ଶୀଘ୍ର ଶୁଣାଣି କରିବାକୁ ସେ ଦାବି କରିଛନ୍ତି। ଏହି ମାମଲାର ଶୁଣାଣି ଶୁକ୍ରବାର ଅନୁଷ୍ଠିତ ହେବ। ଗୁରୁବାର ଏହି ମାମଲାର ଶୁଣାଣି ପାଇଁ ଓକିଲ ଆବେଦନ କରିଥିବାବେଳେ ଜଷ୍ଟିସ ମନମୋହନ କହିଛନ୍ତି, ପ୍ରଥମେ ବିଚାରପତିମାନଙ୍କୁ କାଗଜପତ୍ର ଦେଖିବା ପାଇଁ ଦିଅନ୍ତୁ। ତା’ପରେ ଆମେ ପରଦିନ ମାମଲାର ଶୁଣାଣି କରିବୁ।

ଏହି ମାମଲା ହାଇକୋର୍ଟରେ ବିଚାରାଧୀନ ଅଛି। କୋର୍ଟ ଏକ ନୋଟିସ ଜାରି କରି ଏହି ମାମଲାରେ ସିବିଆଇରୁ ଉତ୍ତର ମାଗିଛନ୍ତି। ଏହି ମାମଲାର ଶୁଣାଣି ଜୁଲାଇ ୧୭ରେ ହେବ। ମାର୍ଚ୍ଚ ୨୧ରେ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ଗିରଫ କରିଥିଲା। ଜୁନ ୨୦ରେ ସେ ନିମ୍ନ ଅଦାଲତରୁ ଜାମିନ ପାଇଥିଲେ କିନ୍ତୁ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ସ୍ଥଗିତ ରଖିଥିଲେ। ସେପଟେ ସିବିଆଇର ଗିରଫଦାରୀ ବିରୁଦ୍ଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କେଜ୍ରିୱାଲ। ଏହି ଆବେଦନ ଉପରେ କୋର୍ଟଙ୍କ ରାୟ ଆସିନାହିଁ।

ସୂଚନା ଯୋଗ୍ୟ ,ଜୁନ୍ ୨୬ରେ ସିବିଆଇ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ଏହି ସମୟରେ କେଜ୍ରିୱାଲ ଅର୍ଥ ହେରଫେର ଅଭିଯୋଗରେ ତିହାର ଜେଲରେ ଥିଲେ। ସେଠାରୁ ସିବିଆଇ ତାଙ୍କୁ ଗିରଫ କରି ନେଇଥିଲା।

Leave A Reply

Your email address will not be published.