ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଆଜି ସନ୍ଧ୍ୟା ୫ ଟାରେ ଶପଥ ନେବେ ହେମନ୍ତ ସୋରେନ

0

ଝାଡଖଣ୍ଡ: ରାଜନୀତି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀ ଶପଥ ନେବେ ହେମନ୍ତ ସୋରେନ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ ତାଙ୍କର ସମସ୍ତ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଶପଥ ନେବେ। ତେବେ କୁହାଯାଉଛି ଯେ, ହେମନ୍ତଙ୍କ କ୍ୟାବିନେଟରେ କିଛି ନୂଆ ଚେହେରା ସାମିଲ ହୋଇପାରନ୍ତି।

ଗତକାଲି ଚମ୍ପାଇ ସୋରେନ ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ଗତକାଲି ସନ୍ଧ୍ୟାରେ ରାଜଭବନରେ ପହଞ୍ଚି ରାଜ୍ୟପାଳ ସିପି ରାଧାକ୍ରିଷ୍ଣଙ୍କୁ ନିଜର ଇସ୍ତଫା ପତ୍ର ଦେଇଥିଲେ। ଚମ୍ପାଇଙ୍କ ଇସ୍ତଫା ପରେ ଏବେ ପୁଣି ଥରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ। ହେମନ୍ତଙ୍କ ବାସଭବନରେ ବସିଥିବା ଜେଏମଏମ ବିଧାୟକ ଦଳ ବୈଠକରେ ତାଙ୍କୁ ପୁନର୍ବାର ବିଧାୟକ ଦଳ ନେତା ବଛାଯାଇଥିଲା।
ରାଜ୍ୟପାଳ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ଏବଂ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବାକୁ କହିଛନ୍ତି। ଏହାସହ ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି।

ସେ ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଗତକାଲି ଜେଏମଏମ ନେତୃତ୍ୱାଧୀନ ମେଣ୍ଟର ନେତାମାନେ ସର୍ବସମ୍ମତି କ୍ରମେ ତାଙ୍କୁ ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଛନ୍ତି।

ବହୁଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଚଳିତ ବର୍ଷ ଜାନୁଆରୀ ୩୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ଚମ୍ପାଇ ସୋରେନ ଫେବୃଆରୀ ୨ରେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ଏହାରି ମଧ୍ୟରେ ଲଗାତାର ଚର୍ଚ୍ଚା ଚାଲିଥିଲା କି, ଯଦି ବି ହେମନ୍ତ ସୋରେନ ଜାମିନରେ ଜେଲରୁ ମୁକୁଳନ୍ତି ତାହେଲେ ମଧ୍ୟ ରାଜ୍ୟରେ ନେତୃତ୍ୱ ପରିବର୍ତ୍ତନ ହେବନି।

Leave A Reply

Your email address will not be published.