ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଟ୍ରକ୍କୁ ପଛରୁ ପିଟିଲା କାର, ସ୍ୱାମୀ ସ୍ତ୍ରୀ ମୃତ୍ୟୁ, ୨ ଆହତ

0

ଯାଜପୁର: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ପଛରେ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ବାଲେଶ୍ବର ଜିଲ୍ଳା ସୋର ଅଞ୍ଚଳର ଦମ୍ପତି ସୁମାତ୍ରା ଜେନା ଓ ବିନୋଦ ଜେନା କଟକକୁ ବାଲେଶ୍ବର ଫେରିବା ବେଳେ ଯାଜପୁର ପାଣିକୋଇଲି ଛକ ନିକଟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କରିବା ସହ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ସୁମାତ୍ରା ଜେନା ଓ ବିନୋଦ ଜେନା (ସ୍ୱାମୀ ଓ ସ୍ତ୍ରୀ)ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.