ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଲେ ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ନିର୍ଦେଶକ ଅରୁଣ ଷଡଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେବେ।

Leave A Reply

Your email address will not be published.