ପ୍ରମୁଖ ଖବର

କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

0

ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ‘ଏକ୍ସ’ରେ ଲେଖିଛନ୍ତି, ‘ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ଅପାର କରୁଣା ଲାଭ କରି ଆମ ରାଜ୍ୟ ପ୍ରତିଟି କ୍ଷେତ୍ରରେ ବିକାଶର ଶୀର୍ଷକୁ ପହଁଚୁ ଏବଂ ସମସ୍ତଙ୍କ ସହାଭାଗିତାରେ ନୂତନ ସମୃଦ୍ଧ ଓଡ଼ିଶା ଗଠନ ହେଉ, ଏତିକି ପ୍ରାର୍ଥନା।’

ପ୍ରତ୍ୟେକ ବର୍ଷ ରଥାଯାତ୍ରା ଠାରୁ ଏଥର ରଥଯାତ୍ରା ଟିକେ ଅଲଗା ଓ ବିରଳ ରଥଯାତ୍ରା। କାରଣ ଏଥର ରଥଯାତ୍ରା ଦୁଇଦିନ ଧରି ହେବ। ଚଳିତ ବର୍ଷ ଅନବସର ପନ୍ଦର ଦିନ ପରିବର୍ତ୍ତେ ତେର ଦିନ ପଡିଥିଲା। ଫଳରେ ଶ୍ରୀଜିଉଙ୍କର ନବଯୌବନ ଦର୍ଶନ ଏବଂ ରଥଯାତ୍ରା ଗୋଟିଏ ଦିନରେ ପଡୁଛି। ୫୩ ବର୍ଷ ପରେ ଚଳିତବର୍ଷ ବିରଳ ରଥଯାତ୍ରା ଦେଖିବାକୁ ଯାଉଛନ୍ତି ଭକ୍ତ।

Leave A Reply

Your email address will not be published.