ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

କଣ୍ଠଶିଳ୍ପୀ ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ

0

କୋଲକତା: ଜଣାଶୁଣା ଭାରତୀୟ ପପ୍ ତଥା ବଲିଉଡ଼ର ଲୋକପ୍ରିୟ ତଥା ଗାୟିକା ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ ଘଟିଛି। ସେ ଜୁଲାଇ ୮ ସୋମବାର ଦିନ କୋଲକାତାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦ୍‌ଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ପରିବାର ସଦସ୍ୟ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତେବେ ସ୍ୱାମୀଙ୍କ ମୃତ୍ୟୁ ପରେ ଗାୟିକା ଦୁଃଖରେ ଭାଙ୍ଗିପଡିଥିବା ବେଳେ ପରିବାରରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁଯାୟୀ, ସୋମବାର ଦିନ ଜାନି ଚାକୋ ଘରେ ଟିଭି ଦେଖୁଥିଲେ। ଏହି ସମୟରେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଯାହା ପରେ ଜାନି ଚାକୋଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ହସ୍ପିଟାଲ ପହଞ୍ଚିଲା ବେଳକୁ ବିଳମ୍ୱ ହୋଇଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରମାନେ କହିଛନ୍ତି।

ତାଙ୍କର ଶେଷ ରୀତିନୀତି ଆଜି, ମଙ୍ଗଳବାର ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଜାନୀ ଚାକୋ ଉଷା ଉଥୁପ୍‌ଙ୍କ ଦ୍ଵିତୀୟ ସ୍ଵାମୀ ଥିଲେ। ଉଷାଙ୍କ ବ୍ୟତୀତ ତାଙ୍କର ଦୁଇ ସନ୍ତାନ ମଧ୍ୟ ଅଛନ୍ତି। ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ମଙ୍ଗଳବାର ଜାନୀ ଚାକୋ ଉଥୁପ୍‌ଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.