ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ବଡ଼ ଠାକୁର ଖସି ପଡିବ ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

0

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଏତଲା । ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ କ୍ୟାପିଟାଲ ଥାନାରେ ୫ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ କରାଯାଇଛି।

ଶ୍ରୀକ୍ଷେତ୍ରରେ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ଖସି ପଡିଥିଲେ। ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରୁଛନ୍ତି। ଏଥିସହ ପ୍ରଶାସନର ଅବହେଳା ଯୋଗୁ ଏଭଳି ଘଟିଥିବା ଦାବି କରାଯାଉଛି। ପହଣ୍ଡି ବିଜେ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବା କଥା । ପହଣ୍ଡି ସମୟରେ ଅନେକ ଅନଧିକୃତ ସେବାୟତ ରହିଥିଲେ । ସମନ୍ୱୟ ଅଭାବରୁ ଅଭାବନୀୟ ଘଟଣା ଘଟିଲା । ମହାପ୍ରଭୁ ବଳଭଦ୍ର ଚାରମାଳ ଉପରେ ମୁହଁ ମାଡି ପଡିବା ଇତିହାସରେ ପ୍ରଥମ । ଏଭଳି ଘଟଣା ସାରା ବିଶ୍ୱର ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି । ଧର୍ମୀୟ ଭାବନାକୁ କୁଠାରଘାତ କରିଛି । ଏହା ମହାପ୍ରଭୁଙ୍କ ଲୀଳା ନୁହେଁ, ଏହା ମନୁଷ୍ୟକୃତ ଦାୟୀତ୍ୱ ହୀନତା ।

Leave A Reply

Your email address will not be published.