ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆଜି ପବିତ୍ର ବାହୁଡ଼ା ରଥରେ ବିରାଜିଲେ ତିନି ଠାକୁର

0

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ ଭଉଣୀଙ୍କ ପରେ କାଳିଆ ସାଆନ୍ତ ଝୁଲି ଝୁଲି ପହଣ୍ଡିରେ ଆସି ରଥରେ ବିରାଜମାନ କରିଛନ୍ତି।

ଅନ୍ୟପକ୍ଷେ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ହେବାକୁ ଥିବା ବେଳେ ପରେ ଚାରମାଳ ଫିଟା ଯିବ। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଘୋଡାଲାଗି ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ହୋଇଛି। ଏପରିକି ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.