ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍‌ କୁଟ୍ଟେ

0

ଭୁବନେଶ୍ବର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍‌ ଥିବା ଡିଏସ୍‌ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ।

ସୂଚନାନୁସାରେ; ୨୦୧୯ ଅକ୍ଟୋବର ୨୩ରେ ଡିଏସ୍‌ କୁଟ୍ଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ। ଗତ ସାଧାରଣ ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାର୍ଯ୍ୟ କରୁଥିବା ବିଜେପି ଅଭିଯୋଗ କରିଥିଲା। ବିଜେପିର ଅଭିଯୋଗ ଆଧାରରେ ଡିଏସ୍‌ କୁଟ୍ଟେଙ୍କୁ ସରକାରୀ କାର୍ଯ୍ୟରୁ ଜାତୀୟ ନିର୍ବାଚନ କମିଶନ ନିଲମ୍ବିତ କରିଥିଲେ। ଏହାସହ ନୂଆଦିଲ୍ଲୀ ସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.