ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

କମ୍ବିଂ ଅପରେସନ ବେଳେ ୭ ମାଓବାଦୀ ଗିରଫ

0

ଛତିଶଗଡ଼: ଛତିଶଗଡ଼ରେ ପୋଲିସକୁ ମିଳିଛି ବଡ ସଫଳତା। ଛତିଶଗଡ଼ ବିଜାପୁର ଜିଲାରେ ଚାଲିଥିବା ମାଓବାଦୀ କମ୍ବିଂ ଅପରେସନ ବେଳେ ପୋଲିସ ଦ୍ୱାରା ତେରେମ୍‌ ଅଞ୍ଚଳରୁ ମଙ୍ଗଳବାର ମହିଳାଙ୍କ ସମେତ ୭ ମାଓବାଦୀ ଗିରଫ ହୋଇଛନ୍ତି।

ସୂଚନା ଅନୁସାରେ , ତେରେମ୍‌ ଅଞ୍ଚଳରେ ପୋଲିସ ଓ ସୁରକ୍ଷା ବାହିନୀର ମିଳିତ ତଲାସି ଅଭିଯାନ ବେଳେ ଜଙ୍ଗଲ ମଧ୍ୟରେ କେତେଜଣ ବ୍ୟକ୍ତି ସେମାନଙ୍କୁ ଦେଖି ଲୁଚି ପଳାଇବାକୁ ଉଦ୍ୟମ କରିଥିଲେ। ଏହା ଦେଖି ସେମାନଙ୍କୁ କାବୁକରିବା ପାଇଁ ଚେଷ୍ଟା କରାଯିବା ବେଳେ ଜଣେ ମହିଳାଙ୍କ ସମେତ ୭ ଜଣଙ୍କୁ ପୋଲିସ କାବୁକରି ପଚରାଉଚରା ବେଳେ ସେମାନେ ସମସ୍ତେ ମାଓବାଦୀ ବୋଲି ଜଣାପଡିବାରୁ ସେମାନଙ୍କୁ ଗିରଫ କରାଯାଇଥିଲା। ଗିରଫ ମାଓବାଦୀଙ୍କ ମଧ୍ୟରେ ୨ ଲକ୍ଷ ଟଙ୍କା ପୁରସ୍କାର ରହିଥିବା ମାଓବାଦୀ ତାମୋ ଭୀମା ଓ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ଉଇକା ମଙ୍ଗ୍ରି ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତଙ୍କୁ ଜେରା ପରେ କୋର୍ଟ ଚାଲାଣ କରାଯିବା ସହ ଅଞ୍ଚଳରେ ତଲାସି ଅଭିଯାନକୁ ଜୋର୍‌ଦାର କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.