ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଆସନ୍ତାକାଲି ଭିତର ରତ୍ନ ଭଣ୍ଡାର ଖୋଲିବା ନେଇ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

0

ପୁରୀ: ଆସନ୍ତାକାଲି ଖୋଲିବ ଭିତର ରତ୍ନ ଭଣ୍ଡାର। ଏଥିପାଇଁ ଆଜି ପ୍ରସ୍ତୁତି ସରିଛି। ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତେବେ ଭଣ୍ଡାର ଖୋଲାହେବା ପୂର୍ବରୁ ମନ୍ଦିରରେ ପ୍ରବେଶ ନେଇ ବିଭିନ୍ନ କଟକଣା ଜାରି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସକ।

ସୂଚନା ଅନୁଯାୟୀ, ସକାଳ ୮ଟାରୁ ସିଂହଦ୍ୱାରକୁ ଛାଡ଼ି ଅନ୍ୟ ୩ ଦ୍ୱାର ବନ୍ଦ କରାଯିବ। ଶ୍ରୀମନ୍ଦିର ଭିତରକୁ ପ୍ରବେଶ ସହ ଦର୍ଶନ ଉପରେ କଟକଣା ରହିବ। ସିଂହଦ୍ୱାର ଦେଇ ଅଧିକୃତ ବ୍ୟକ୍ତି ଓ ମନ୍ଦିରରେ ସେବା ଥିବା ସେବାୟତ ଯିବେ। ପ୍ରଥମେ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ। ସ୍ଥାନାନ୍ତର ପରେ ଆନୁଷଙ୍ଗିକ ପ୍ରକ୍ରିୟା ସାରି ଏଏସଆଇକୁ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ। ଏଏସଆଇ କେତେଦିନ ଭିତରେ ମରାମତି ସାରିବ, ସେନେଇ ଆଲୋଚନା ହୋଇ ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Leave A Reply

Your email address will not be published.