ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସୁନା ବେଶରେ ଦର୍ଶନ ଦେଲେ ତିନି ଠାକୁର

0

ପୁରୀ: ରଥ ଉପରେ ବିରାଜିତ ତିନି ଠାକୁରଙ୍କ ଅପୂର୍ବ ଦୃଶ୍ୟ। ପାଦରୁ ମସ୍ତକ ପର୍ଯ୍ୟନ୍ତ ମହଣ ମହଣ ସ୍ଵର୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦିବ୍ୟ ଦର୍ଶନ ଦେଉଛନ୍ତି ତିନି ଠାକୁର।

ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନାବେଶ ଅନୁଷ୍ଠିତ ହୋଇଛି। ସିଂହଦ୍ୱାର ସମ୍ମୁଖରେ ଶ୍ରୀଜିଉଙ୍କୁ ସୁନାବେଶରେ ଦେଖି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ରଥାରୂଢ଼ ତିନି ଠାକୁରଙ୍କ ଦୁର୍ଲଭ ସୁନାବେଶ ଦର୍ଶନ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ। ପ୍ରଭୁଙ୍କ ଏହି ଦିବ୍ୟ ବେଶ ଦେଖିବାକୁ ପୁରୀରେ ହୋଇଛି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ। ତେବେ ଚଳିତ ବର୍ଷ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ। ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ।

ଅନ୍ୟପଟରେ ସୁନାବେଶ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିଛ। ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ ପାଇଁ ପ୍ରାୟ ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ଶ୍ରୀଜିଉମାନେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ୧୯୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ପ୍ରାୟ ୨ ହଜାର ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ରଥ ଚତୁଃପାର୍ଶ୍ବ ଏବଂ ବଡ଼ଦାଣ୍ଡରେ ଗହଳି ନିୟନ୍ତ୍ରଣ ଉପରେ ଅଧିକ ଗୁରୁତ୍ବ ଦିଆଯାଉଥିବା ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.