ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

0

କଟକ: ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ କମଳା ପୂଜାରୀ। ସେ କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି।

ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.