ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଲାଇନଚ୍ୟୁତ ହୋଇଛି ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ

0

ଉତ୍ତରପ୍ରଦେଶ: ପୁଣି ଏକ ଟ୍ରେନ ଦୁର୍ଘଟଣା। ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି। ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଉତ୍ପନ୍ନ ହେଇଛି। ତେବେ ଟ୍ରେନର ୧୦ଟି ବଗି ଲାଇନଚ୍ୟୁତ୍ ହେଇଛି ବୋଲି ଖବର ମିଳୁଛି। ଘଟଣାସ୍ଥଳରେ ରେଳ ବିଭାଗର ଉଚ୍ଚ ଅଧିକାରୀମାନେ ପହଞ୍ଚି ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି।

ତେବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏଥିସହ ଅଧିକାରୀମାନଙ୍କୁ ଘଟଣା ଉପରେ ନଜର ରଖିବାକୁ କହିଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଘଟଣାକୁ ଗୁରୁତ୍ୱର ଭାବେ ନିଆଯାଇଛି। ଜିଲ୍ଲା ଅଧିକାରୀମାନଙ୍କୁ ଘଟଣା ସ୍ଥଳକୁ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆହତ ମାନଙ୍କୁ ତୁରନ୍ତ ହସ୍ପିଟାଲ ନେଇ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ କହିଛନ୍ତି। ଏଥିସହ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। 

Leave A Reply

Your email address will not be published.