ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ରେ ଚିହ୍ନିତ ଲଘୁଚାପ/ ଅବପାତ ର ରୂପ ନେଇପାରେ। ଏହି କ୍ଷେତ୍ର ଟି ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳ ଆଡକୁ ଗତି କରିବ।

ପ୍ରଭାବ ରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ହେବା ସହ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୧୨-୨୦ସେମି) ସମ୍ଭାବନା ରହିଛି। କୋରାପୁଟ, କନ୍ଧମାଳ, ନବରଙ୍ଗପୁର , ରାୟଗଡ଼ା, ମାଲକାନଗିରି ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ୨୦ ସେମି ରୁ ଅଧିକ ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ସବୁ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଦକ୍ଷିଣ ଉପକୂଳ ତଥା ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା ଉପୁଜି ପାରେ। ଏହି ସମୟ ରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ ଓ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି/ଘଣ୍ଟା ରହିପାରେ।

Leave A Reply

Your email address will not be published.