ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ରଥଯାତ୍ରାର ଏକ ନୀତି ଅଧରପଣା ଶେଷ

0

ପୁରୀ: ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଯଥାରୀତି ଅଧରପଣା ନୀତି ସମ୍ପନ୍ନ କରିଛନ୍ତି ସେବାୟତ। ମହାପ୍ରଭୁଙ୍କ ଏହି ନୀତି ଦେଖିବାକୁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ପାଖରେ ଲାଗି ହୋଇଥିଲା ଅଧରପଣା। ରଥ ଉପରେ ପୂଜାର୍ଚ୍ଚନା ପରେ ସେବାୟତମାନେ ପଣା ଥିବା ତୁମ୍ବକୁ ଭାଙ୍ଗି ଦେଇଥିଲେ। ଏହାପରେ ଦେବୀ ସୁଭଦ୍ରାଙ୍କ ପାଖରେ ଅଧରପଣା ନୀତି ସମ୍ପନ୍ନ ହୋଇଥିଲା । ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥିଲା ଅଧରପଣା।

ବିଶ୍ବାସ ରହିଛି, ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡୀଚାମୁଣ୍ଡା, ଅଶରୀରୀମାନେ ବର୍ଷକୁ ଥରେ ଆଜିର ଦିନଟିକୁ ଅପେକ୍ଷା କରିଥାନ୍ତି। ସେହିମାନଙ୍କୁ ତୃପ୍ତ କରିବା ପାଇଁ ଶୁକ୍ରବାର ଆଷାଢ଼ ଶୁକ୍ଳ ଦ୍ବାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ ହୋଇଛି। ଚତୁର୍ଦ୍ଧା ବିଗ୍ରହଙ୍କଠାରେ ଏହି ପଣା ଲାଗି ହେବା ପରେ ରଥ ଉପରେ ଅଧରପଣା ହାଣ୍ଡିକୁ ଭାଙ୍ଗି ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ତିନିଠାକୁରଙ୍କଠାରେ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହୋଇଛି। ଏଥିପାଇଁ ସ୍ବତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଥିବା ବେଳେ ଗୁରୁବାର ଶ୍ରୀଜିଉଙ୍କ ଅଧର ଉଚ୍ଚର ଏହି ତିନି ଅଧରହାଣ୍ଡି ରଥ ପାଖକୁ ବିଜେ କରିଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଥିଲା।

Leave A Reply

Your email address will not be published.