ପୁରୀ: ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରି ନୀଳାଦ୍ରି ବିଜେ କରିବେ କଳା ଠାକୁର। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହା ସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ । ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦିଅନ୍ତି। ରଥଯାତ୍ରାରେ ସାଥିରେ ନେଇନଥିବାରୁ ଜଗନ୍ନାଥଙ୍କ ଉପରେ ରାଗିଛନ୍ତି ଅଭିମାନିନୀ ମାଆ ଲକ୍ଷ୍ମୀ ସାଆନ୍ତାଣୀ । ତେଣୁ କାଳିଆ ଠାକୁର ଆଜି ଶ୍ରୀମନ୍ଦିରକୁ ପ୍ରବେଶ ସମୟରେ ବାଟ ଓଗାଳିବେ ମା ଲକ୍ଷ୍ମୀ । ଏହାପରେ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବା ପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥାନ୍ତି।୨୦୧୫ ଜୁଲାଇ ୩୦ ନୀଳାଦ୍ରି ବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପରେ ୨୦୧୬ ଜୁଲାଇ ୧୭ ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ୨୦୦୯ ମସିହା ଜୁଲାଇ ୨୯ ତାରିଖରେ ଓଡିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଥିଲା ।
ପ୍ରମୁଖ ଖବର
ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ