ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ କଳାଠାକୁର

0

ପୁରୀ: ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରି ନୀଳାଦ୍ରି ବିଜେ କରିବେ କଳା ଠାକୁର। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହା ସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ । ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦିଅନ୍ତି। ରଥଯାତ୍ରାରେ ସାଥିରେ ନେଇନଥିବାରୁ ଜଗନ୍ନାଥଙ୍କ ଉପରେ ରାଗିଛନ୍ତି ଅଭିମାନିନୀ ମାଆ ଲକ୍ଷ୍ମୀ ସାଆନ୍ତାଣୀ । ତେଣୁ କାଳିଆ ଠାକୁର ଆଜି ଶ୍ରୀମନ୍ଦିରକୁ ପ୍ରବେଶ ସମୟରେ ବାଟ ଓଗାଳିବେ ମା ଲକ୍ଷ୍ମୀ । ଏହାପରେ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବା ପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥାନ୍ତି।୨୦୧୫ ଜୁଲାଇ ୩୦ ନୀଳାଦ୍ରି ବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପରେ ୨୦୧୬ ଜୁଲାଇ ୧୭ ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ୨୦୦୯ ମସିହା ଜୁଲାଇ ୨୯ ତାରିଖରେ ଓଡିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଥିଲା ।

Leave A Reply

Your email address will not be published.