ପ୍ରମୁଖ ଖବର

ପାଟଣାଗଡ଼ ପାର୍ସଲ ବୋମା ମାମଲା: ପୁଞ୍ଜିଲାଲ୍ ଦୋଷୀ, ମରିବା ଯାଏଁ ଜେଲ୍‌, ୧.୪ ଲକ୍ଷ ଟଙ୍କା ଜରିମାନା
ପୁରୀରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ; ବିକଶିତ କୃଷି ସଂକଳ୍ପ ଅଭିଯାନରେ ହେବେ ସାମିଲ
ଧାନର ଏମଏସ୍‌ପି ୬୯ ଟଙ୍କା ବଢ଼ାଇଲେ କେନ୍ଦ୍ର ସରକାର
ଓଡ଼ିଶାରୁ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ: ୫ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ୱରର ଓ ଜଣେ ଖୋର୍ଦ୍ଧା ଅଞ୍ଚଳର, ସଂକ୍ରମିତ ୫ ଜଣଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା।
ପୁଣି ଜଣକୁ ଦଳିଦେଲା ଆମ ବସ୍‌: ଖଣ୍ଡଗିରିରେ ରାସ୍ତାରୋକ ଭାଙ୍ଗିଦେଲେ ୮ ବସ୍‌
କ୍ୟାବିନେଟ ବୈଠକରେ ୫ ପ୍ରସ୍ତାବକୁ ମୋହର; ବେସାମରିକ ସେବାରେ ବୟସ ସୀମା ୪୨କୁ ବୃଦ୍ଧି
ପ୍ରବଳ ବର୍ଷା ନେଇ ଆଲର୍ଟ; ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
ଆଜି ୪ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ: ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି

ଆଜି ଦାରୁଦିଅଁଙ୍କ ନୀଳାଦ୍ରି ବିଜେ

0

ପୁରୀ: ଆଜି ଦାରୁଦିଅଁଙ୍କ ନୀଳାଦ୍ରି ବିଜେ। ସରିଲା ଘୋଷଯାତ୍ରା। ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ। ସ୍ନାନଯାତ୍ରାରୁ ଛାଡ଼ିଥିବା ରତ୍ନ ସିଂହାସନରେ ଆଜି ପୁନଃ ଅବସ୍ଥାପିତ ହେବେ ମହାପ୍ରଭୁ ଜଗନ୍ନାଥ, ବଡ ଠାକୁର ବଳଭଦ୍ର ଓ ଦେବୀ ସୁଭଦ୍ରା। ଆଜି ଅପରାହ୍ଣ ୪ଟାରୁ ଆରମ୍ଭ ହେବ ରଥାରୁଢ ଚତୁର୍ଦ୍ଧାମୂରତିଙ୍କ ଗୋଟି ପହଣ୍ଡି ।

ନୀଳାଦ୍ରିବିଜେ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି ପ୍ରଶାସନ। ଜିଲ୍ଲା ପ୍ରଶାସନ, ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ ନିଜ ନିଜର ପ୍ରସ୍ତୁତି ସାରିଛନ୍ତି। ଏହି ମହାନ ପର୍ବର ଅନ୍ତିମ ଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ସମସ୍ତେ ଅପେକ୍ଷାରତ। ନୀଳାଦ୍ରିବିଜେ ନୀତି ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରଥ ଉପରେ ଠାକୁରଙ୍କ ନୀତିକୁ ତ୍ୱରାନ୍ୱିତ କରି ଅପରାହ୍ନ ୪ଟା ସୁଦ୍ଧା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ।

ଆଜି ଅପରାହ୍ନ ୪ଟାରୁ ପହଣ୍ଡି ବିଜେ ଆରମ୍ଭ ହେବ। ଗୋଟି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପରେ ବଡ ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ଜଗନ୍ନାଥ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ତିନି ଠାକୁର ପୁଣି ରତ୍ନସିଂହାସନରେ ଅବସ୍ଥାନ କରିବେ। ଆସନ୍ତାକାଲିଠୁ ପୁଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଚହଳି ଆରମ୍ଭ ହୋଇଯିବ। ଏହାପରେ ନୀଳାଚଳ ଅବଢା ପାଇବେ ଭକ୍ତ ।

Leave A Reply

Your email address will not be published.