ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ

0

ଜୟପୁର: ପଞ୍ଚଭୂତରେ ଲୀନ ହେଲେ କମଳା ପୂଜାରୀ। ରାଷ୍ଟ୍ରିୟ ମର୍ଯ୍ୟାଦା ସହ ସମ୍ପର୍ଣ୍ଣ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଅନ୍ତିମ ସଂସ୍କାର। ଶୋଭାଯାତ୍ରାରେ କମଳା ପୂଜାରୀଙ୍କ ମରଶରୀରକୁ ନିଆଯାଇଥିଲା। ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ଦିଆଯାଇଥିଲା ଗାର୍ଡ ଅଫ ଅନର। ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି।

କମଳା ପୂଜାରୀଙ୍କ ବିୟୋଗରେ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଗତକାଲି କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହେଇଥିଲା। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ପରେ ତାଙ୍କର ଚିକିତ୍ସା ଚାଲିଥିଲା। କିଡନୀ ଜନିତ ସମସ୍ୟା ସହ ଜ୍ବରରେ ଆକ୍ରାନ୍ତ ହୋଇଥିଲେ କମଳା। ଏସସିବି ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ।

କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ପାତ୍ରପୁଟ ଗ୍ରାମରେ ପଦ୍ମଶ୍ରୀ କମଳା ପୂଜାରୀ ୧୯୪୮ ମସିହାରେ ଜନ୍ମଗ୍ରହଣ କରିଥିଲେ। କୋରାପୁଟ ଜିଲ୍ଲା ପାଇଁ ଗୌରବ ଆଣିଥିଲେ କମଳା ପୂଜାରୀ। ପ୍ରଥମ ଆଦିବାସୀ ମହିଳା ଭାବେ କୋରାପୁଟ ଜିଲ୍ଲାରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ। ପୁରୁଣା ଧାନ ବିହନକୁ ବିଭିନ୍ନ ଉପାୟରେ ସାଇତି ରଖିବା ପାଇଁ ୨୦୧୯ ମାର୍ଚ୍ଚ ୧୬ ତାରିଖରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ। ପ୍ରାୟ ୧୦୦ରୁ ଅଧିକ ଦେଶୀ ବିହନ ସଂରକ୍ଷଣ କରି ଜାତୀୟ ସ୍ତରରେ ଚର୍ଚ୍ଚା ସୃଷ୍ଟି କରିଥିଲେ। ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ଉପାଧି ଗ୍ରହଣ କାରି କୋରାପୁଟ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିଲେ। ପ୍ରଥମ ଆଦିବାସୀ ମହିଳା ଭାବେ ରାଜ୍ୟ ଯୋଜନା ବୋର୍ଡର ମଧ୍ୟ ସଦସ୍ୟ ଥିଲେ କମଳା ପୂଜାରୀ।

Leave A Reply

Your email address will not be published.