ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଉତ୍ତରାଖଣ୍ଡରେ ଭୂସ୍ଖଳନ ଘଟି ୩ ମୃତ ୮ ଆହତ

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଚିଡୱାସା ନିକଟରେ ରବିବାର ଦିନ ହୋଇଥିବା ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ। ମୃତ୍ୟୁବରଣ କରିଥିବା ୩ ଜଣଙ୍କ ମୃତଦେହକୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଜିଲ୍ଲା ପୋଲିସକୁ ହସ୍ତାନ୍ତର କରିଛି।

ସୂଚନା ଅନୁଯାୟୀ, କେଦାରନାଥ ମାର୍ଗରେ ଏହି ଅଘଟଣ ଘଟିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଏହି ଅଘଟଣରେ ଦୁଃଖପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଦୁର୍ଘଟଣାସ୍ଥଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି। ମୁଁ ଏନେଇ ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛି। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ତୁରନ୍ତ ଭଲ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।ତେବେ ଭକ୍ତମାନେ ଗୌରୀକୁଣ୍ଡରୁ କେଦାରନାଥ ଧାମ ଅଭିମୁଖେ ଯାଉଥିଲେ। ଚାର ଧାମ ଯାତ୍ରା ପାଇଁ ଭାରତ ତଥା ବିଦେଶରୁ ୨୬ ଲକ୍ଷରୁ ଅଧିକ ତୀର୍ଥଯାତ୍ରୀ ପଞ୍ଜୀକୃତ କରିଥିଲେ। ମେ ୧୦ରେ କେଦାରନାଥ ଧାମର ଦ୍ୱାର ଖୋଲିବା ପରଠାରୁ ୧ ଲକ୍ଷରୁ ଅଧିକ ଭକ୍ତ କେଦାରନାଥରେ ପହଞ୍ଚିଥିଲେ। ଏପର୍ଯ୍ୟନ୍ତ ପ୍ରାୟ ୭ ଲକ୍ଷ ଭକ୍ତ ଚାର ଧାମ ପରିଦର୍ଶନ କରିସାରିଛନ୍ତି।

Leave A Reply

Your email address will not be published.