ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ବଜେଟ୍ ୨୦୨୪-୨୫: ସୁନା, ରୁପା, ମୋବାଇଲ ହେବ ଶସ୍ତା

0

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରକୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ ଅର୍ଥମନ୍ତ୍ରୀ ଘୋଷଣା କରି କହିଛନ୍ତି, ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ। ପ୍ଲାଟିନମ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ।

ସେହିପରି ମୋବାଇଲ ଫୋନ ଏବଂ ଚାର୍ଜର, ବ୍ୟାଟେରୀ ଶସ୍ତା କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ। ୩ ପ୍ରକାର କ୍ୟାନ୍ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ। ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ। ଏକ୍ସରେ ଟ୍ୟୁବ ଉପରୁ ମଧ୍ୟ ଶୁଳ୍କ ହ୍ରାସ ନେଇ ବଜେଟରେ ଘୋଷଣା କରାଯାଇଛି। ପଲିଥିନ ଉପରେ କଷ୍ଟମ ଡ୍ୟୁଟି ମଧ୍ୟ ହ୍ରାସ କରାଯାଇଛି ।

ଶସ୍ତା ହେଲା: ମୋବାଇଲ, ସୋଲାର ପ୍ୟାନେଲ, ଚମଡ଼ା ନିର୍ମିତ ବସ୍ତୁ, ଗହଣା(ସୁନା,ରୁପା, ହୀରା,ପ୍ଲାଟିନମ୍‌), ଷ୍ଟିଲ ଏବଂ ଲୁହା, ଇଲୋକଟ୍ରୋନିକ୍ସ, ସମୁଦ୍ର ଖାଦ୍ୟ, କର୍କଟ ଔଷଧ

ମହଙ୍ଗା ହେଲା: କେନ୍ଦ୍ରୀୟ ବଜେଟରେ ପ୍ଲାଷ୍ଟିକ ଓ ପେଟ୍ରୋକେମିକାଲ ଉତ୍ପାଦ ଉପରେ କଷ୍ଟମ ଡ୍ୟୁଟି ବଢିବା ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଅନ୍ୟପଟେ ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ। ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ମଧ୍ୟ ଶୁଳ୍କ ବଢ଼ିବ। ଆମୋନିୟମ ନାଇଟ୍ରେଟ ଉପରେ କଷ୍ଟମ ଡ୍ୟୁଟି ୧୦ ପ୍ରତିଶତରୁ ୨୫ ପ୍ରତିଶତକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ନିର୍ଦ୍ଦିଷ୍ଟ ଟେଲିକମ ଯନ୍ତ୍ରପାତି ଉପରେ ମୌଳିକ କଷ୍ଟମ ଡ୍ୟୁଟି ମଧ୍ୟ ୧୦ ପ୍ରତିଶତରୁ ୧୫ ପ୍ରତିଶତକୁ ବୃଦ୍ଧି କରାଯାଇଛି।

ଅର୍ଥମନ୍ତ୍ରୀ ନିଜର ବଜେଟ ଭାଷଣ ଆରମ୍ଭରେ ଦେଶବାସୀ ପୁନର୍ବାର ମୋଦି ସରକାରଙ୍କ ଉପରେ ବିଶ୍ବାସ ପ୍ରକଟ କରିଥିବାରୁ ଧନ୍ୟବାଦ ଜଣାଇଥିଲେ। ବଜେଟରେ ବିଶେଷକରି ଗରିବ, ମହିଳା, ଯୁବବର୍ଗ, କୃଷକଙ୍କ ବିକାଶ ଉପରେ ଫୋକସ୍ କରାଯାଇଛି।

Leave A Reply

Your email address will not be published.