ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜବତ ହେବ ଫିଟନେସ୍ ନଥିବା ଗାଡ଼ି : ପରିବହନ ମନ୍ତ୍ରୀ

0

ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ। ଫିଟନେସ୍ ନଥିବା ଗାଡ଼ି ବିରୋଧରେ ରାଜ୍ୟବ୍ୟାପି ହେବ ଜୋରଦାର ଧରପଗଡ଼। ଏଣିକି ସଂପକ୍ତ ଗାଡ଼ିକୁ ସିଧା ସିଜ୍ କରାଯିବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।

ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ। ମନ୍ତ୍ରୀ ଆହୁରି ବି କହିଛନ୍ତି, ବାରମ୍ବାର ସଚେତନତା ସତ୍ତ୍ବେ କେତେକ ଗାଡ଼ି ମାଲିକ ଏହାର ଉଲ୍ଲଘନ କରୁଛନ୍ତି। ଏସବୁ ଗାଡ଼ି ଦ୍ବାରା ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ମଧ୍ୟ ନଜରକୁ ଆସିଛି।

ତେଣୁ ଫିଟନେସ୍ ଓ ପଞ୍ଜୀକରଣ ବୈଧତା ସରିଥିବା ଗାଡ଼ିର ତାଲିକା କରି ଆକ୍ସନ ନିଆଯିବ। ଟୋଲଗେଟ୍ ଗୁଡ଼ିକରେ ବି ଫିଟନେସ୍ ନଥିବା ଗାଡ଼ିକୁ ଆଗକୁ ଯିବାକୁ ଅନୁମତି ନଦେବାକୁ ନିବେଦନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ତା’ସହ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ ମଧ୍ୟ ନିୟମର ଖିଲାପି ହେଲେ କର୍ତ୍ତୃପକ୍ଷଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା।

Leave A Reply

Your email address will not be published.