ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ଉପସ୍ଥାପନ ହେଲା ଓଡିଶା ଅର୍ଥନୈତିକ ସର୍ଭେ ରିପୋର୍ଟ

0

ଭୁବନେଶ୍ୱର: ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ରାଜ୍ୟ ସରକାରର ପ୍ରଥମ ବଜେଟ୍। ଏହା ପୂର୍ବରୁ ଆଜି ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭ ଟଙ୍କା। ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ଆକଳନ। ଯାହାକି ୨୦୨୨-୨୩ରେ ରାଜ୍ୟର ଅଭିବୃଦ୍ଧି ହାର ଥିଲା ୭.୯ ପ୍ରତିଶତ ଥିଲା। ଶିଳ୍ପ ଓ ସେବା କ୍ଷେତ୍ରରେ ଉଚ୍ଚ ଅଭିବୃଦ୍ଧି ଯୋଗୁଁ ଏହା ସମ୍ଭବ ହେଇପାରିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ସେହିପରି ଦାରିଦ୍ର୍ୟ ଅନୁପାତ ୨୦୧୫-୧୬ରୁ ୧୯-୨୧ ମଧ୍ୟରେ ରାଜ୍ୟର ପ୍ରାୟ ୬୨ ଲକ୍ଷରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକ୍ତ ହେଇଛନ୍ତି ବୋଲି ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି। ୨୦୨୩-୨୪ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅଭିବୃଦ୍ଧି ୩.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ସେହିପରି ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ୨୦୧୯-୨୦ରେ ବିତ୍ତୀୟ ନିଅଣ୍ଟ ୩.୫ପ୍ରତିଶତ ଥିବାବେଳେ ୨୩-୨୪ରେ ୩.୧ ପ୍ରତିଶତକୁ ହ୍ରାସ ପାଇଛି। ୨୦୨୨-୨୩ରେ ଧାନ ଉତ୍ପାଦନ ୧୪୧.୪ ଲକ୍ଷ ମେଟ୍ରିକ ଟନ୍‌କୁ ମଧ୍ୟ ବୃଦ୍ଧି ହୋଇଛି।

ସେହିପରି ଶିଳ୍ପକ୍ଷେତ୍ରର ଅଭିବୃଦ୍ଧି ହାର ୮.୭ ପ୍ରତିଶତ, ସେବା କ୍ଷେତ୍ରର ଅଭିବୃଦ୍ଧି ହାର ୯.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ମହିଳା ସାକ୍ଷରତା କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତି ଘଟିଛି। ୭ ବର୍ଷ ବୟସରୁ ଉର୍ଦ୍ଧ୍ବ ମହିଳା ସାକ୍ଷରତା ହାର ୨୦୦୧ (ଜନଗଣନା)ରେ ୫୦.୫ ପ୍ରତିଶତଥିବା ବେଳେ ୨୦୨୨-୨୩ରେ ଏହା ୭୩.୬ ପ୍ରତିଶତକୁ ବୃଦ୍ଧି ପାଇଛି।

ଆର୍ଥିକ ବର୍ଷ ୨୦୨୩-୨୪ରେ ପୁଞ୍ଜି ବୟବରାଦ ପ୍ରାୟ ୫୧,୬୮୩ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ଜିଏସଡିପି (ରାଜ୍ୟ ସକଳ ଘରୋଇ ଉତ୍ପାଦ) ପ୍ରାୟ ୬.୨% ରହିଛି। ଯାହାକି ପୂର୍ବ ବର୍ଷ ତୂଳନାରେ ଏହି ପରିମାଣ ପ୍ରାୟ ୩୪.୯ ପ୍ରତିଶତ ଅଧିକ ରହିଛି। ଭିତ୍ତିଭୂମି କ୍ଷେତ୍ରରେ ଥିବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଗାମୀ ବର୍ଷଗୁଡିକରେ ପୁଞ୍ଜି ବ୍ୟୟବରାଦ ବୃଦ୍ଧି ପାଇବାର ସମ୍ଭାବନା ମଧ୍ୟ ଆକଳନରେ ଆକଳନରେ ଦର୍ଶାଯାଇଛି।

Leave A Reply

Your email address will not be published.