ପ୍ରମୁଖ ଖବର

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ

0

ଭୁନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୂତ ହୋଇଥିବା ବେଳେ କ୍ରମଶଃ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ତେବେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ। ଆଜିଠୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି ।

ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । । ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବନି । କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । ପ୍ରବଳ ବର୍ଷା ଯୋଗୁଁ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର । ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା କରାଯାଇଛି ।

Leave A Reply

Your email address will not be published.