ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ଆଳୁ ପାଇଁ ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଳୁ ଦର ବୃଦ୍ଧି ହୋଇ ଆକାଶଛୁଆଁ ହେବାରୁ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶନିବାର ନୂଆ ଦିଲ୍ଲୀରେ ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ ମାଝି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଆଳୁ ସମସ୍ୟା ନେଇ ମମତାଙ୍କୁ ଅଗବତ କରାଇଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.