ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ଆଳୁ ପାଇଁ ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଳୁ ଦର ବୃଦ୍ଧି ହୋଇ ଆକାଶଛୁଆଁ ହେବାରୁ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶନିବାର ନୂଆ ଦିଲ୍ଲୀରେ ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ ମାଝି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଆଳୁ ସମସ୍ୟା ନେଇ ମମତାଙ୍କୁ ଅଗବତ କରାଇଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.