ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ଶାଶ୍ୱତ ମିଶ୍ର

0

ଭୁବନେଶ୍ବର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

୧୯୯୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଶାଶ୍ବତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ।

ଆଜି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଆଇଏଏସ୍‌ ଶାଶ୍ବତ ମିଶ୍ରଙ୍କୁ ଅର୍ଥ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥି ସହିତ ପୂର୍ବରୁ ପାଇଥିବା ଶକ୍ତି ବିଭାଗ ଓ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (OSSSC) ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ସେ ତୁଲାଇବେ। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।

Leave A Reply

Your email address will not be published.