ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏବେ ଘରେ ବସି ପାଇପାରିବେ ଚାଉଳ

0

ଭୁବନେଶ୍ବର: ରାସନ୍ ପାଇଁ ଆସିବ ସ୍ୱତନ୍ତ୍ର ଆପ୍। ଘରେ ବସି ଚାଉଳ ପାଇପାରିବେ ରାସନ କାର୍ଡ ହିତାଧିକାରୀ। ଯେଉଁମାନେ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କ ଘରେ ଚାଉଳ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର। ସେହିଭଳି ଯେଉଁ ମାନଙ୍କ ବୟସାଧିକ କାରଣ ଯୋଗୁଁ ଟିପ ଚି଼ହ୍ନ କାମ କରୁନାହିଁ ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ ଆଣିବେ ସରକାର। ଗୃହରେ ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର।

ଆଜି ସପ୍ତମ ଦିନରେ ସ୍ୱାଭାବିକ ରହିଛି ବିଧାନସଭା ପ୍ରଶ୍ନକାଳ। ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବୟସାଧିକ୍ୟ ଲୋକଙ୍କୁ ପିଡିଏସ ସମାଗ୍ରୀ ପହଞ୍ଚାଇବାକୁ ସରକାର କରିବାକୁ ଥିବା ଯୋଜନା ବିଷୟରେ ରଖିଛନ୍ତି ଟପ୍ପଣୀ।

ସେହିପରି ଯେଉଁ ପରିବାରରେ ବାପ ପୁଅ ଅଲଗା ଅଲଗା ରହୁଥିବେ, ଉଭୟଙ୍କୁ ରାସନ କାର୍ଡ ଦେବାକୁ ବ୍ୟବସ୍ଥା କରାଯିବ। ମନ୍ତ୍ରୀ ଆହୁରୀ ମଧ୍ୟ କହିଛନ୍ତି, ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୧୯ ହଜାର ୮୩୬ ଜଣ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି। ବିଭିନ୍ନ କାରଣରୁ ବାଦ୍ ପଡ଼ିଥିବା ଲୋକେ ଏବେ ଆବେଦନ କରିପାରିବେ। ମରି ଯାଇଥିବା ଲୋକଙ୍କ ନାଁ କଟାଯାଇ ନୂଆ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଦୂର ସ୍ଥାନରେ ଘରକୁ ଘର ଯାଇ ଚାଉଳ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉପାନ୍ତ ଅଞ୍ଚଳ କୋରାପୁଟରେ ଲୋକ ଦୂରକୁ ଯାଇ ଚାଉଳ ଆଣୁଛନ୍ତି ତେଣୁ ସେହିଭଳି ସ୍ଥାନମାନଙ୍କରେ ଘରକୁ ଯାଇ ଚାଉଳ ଯୋଗାଇବାକୁ ଦିଆଯିବ ।

Leave A Reply

Your email address will not be published.